Excuse Me Odisha

ଯାହା କହିବୁ ସତ କହିବୁ

ଆଜିର ରାଶିଫଳ : ୧୪ ସେପ୍ଟେମ୍ବର ୨୦୨୨,ବୁଧବାର: ପାଞ୍ଚ ଗୋଟି ରାଶିର ଲୋକଙ୍କ ପାଇଁ ବୁଧବାର ଦିନ ରହିଛି ଅନୁକୂଳ, ହେବ ଧନଲାଭ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ବ୍ୟବସାୟରେ ଲାଭବାନ ହେବେ। ପରୀକ୍ଷାର୍ଥୀ ମାନେ ଆଶାନୁରୂପ ସଫଳତା ହାସଲ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚାହୁଁଥିଲେ, ଏହି ସମୟ ଆପଣଙ୍କ ପାଇଁ ଅନୁକୂଳ ରହିଛି। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ସାବ୍ୟସ୍ତ ହେବ। ଆପଣ କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।ପରିବାରର ମାହୋଲ ସୁଖମୟ ରହିବ।ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। ଘରର ଆର୍ଥିକ ସ୍ଥିତି ସୁଦୃଢ ହେବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କୁ ସହଯୋଗ କରିବେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଶୁଭ ସାବ୍ୟସ୍ତ ହେବ। ଘରର ଆର୍ଥିକ ସ୍ଥିତି ସୁଦୃଢ ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ଆଶାନୁରୂପ ସଫଳତା ମିଳିବ। ଜୀବନସାଥୀ ଆପଣଙ୍କୁ କିଛି ଉପହାର ଦେଇ ପାରନ୍ତି। ପରିବାର ଲୋକଙ୍କ ସ୍ବାସ୍ଥ୍ୟ ଭଲ ରହିବ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବୃଦ୍ଧି ହେବ। କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ଆଶୀର୍ବାଦ ଗ୍ରହଣ କରନ୍ତୁ।ଆପଣଙ୍କର ଅଟକି ରହିଥିବା ସମସ୍ତ କାର୍ଯ୍ୟ ସମ୍ପନ୍ନ ହେବ। ଯଦି ଆପଣ ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି, ତାହେଲେ କୌଣସି ଅନୁଭବୀଙ୍କ ପରାମର୍ଶ ନିଅନ୍ତୁ।

ସିଂହ ରାଶି : -ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଘରେ ଏବଂ ଅଫିସକୁ ନେଇ ଉତ୍ତମ ତାଳମେଳ ବଜାୟ। ପରିବାର ଲୋକେ ଆପଣଙ୍କ ଉପରେ କ୍ରୋଧିତ ହୋଇ ପାରନ୍ତି। ବ୍ୟାପାରିକ କ୍ଷେତ୍ରରେ ଅନୁଭବୀଙ୍କ ପରାମର୍ଶ ନିଅନ୍ତୁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଉତ୍ତମ ବୁଝାମଣା ରହିବ। ସନ୍ତାନ ସୁଖ ଭୋଗ କରି ପାରନ୍ତି।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିଦ୍ୟାର୍ଥୀ ମାନଙ୍କୁ ପଢ଼ାପଢାରେ କଠିନ ପରିଶ୍ରମ କରିବାକୁ ପଡ଼ିବ। ଆଜି ଆପଣ ନୂଆ ବାହନ କ୍ରୟ କରି ପାରନ୍ତି। ଆପଣଙ୍କ ଘରେ ଧାର୍ମିକ ଅନୁଷ୍ଠାନର ଆୟୋଜନ ହୋଇପାରେ। ଅନ୍ୟମାନଙ୍କ ଉପରେ ଆଖି ବନ୍ଦ କରି ଭରସା କରନ୍ତୁ ନାହିଁ। ପ୍ରେମୀ ଯୁଗଳଙ୍କ ପାଇଁ ଏହି ସମୟ ଅନୁକୂଳ ରହିଛି।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ। ଭାଇଭଉଣୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ଜୀବନସାଥୀଙ୍କ ସହିତ ସାମାନ୍ୟ ମତଭେଦ ହୋଇପାରେ। ସାମାଜିକ କାର୍ଯ୍ୟକ୍ରମରେ ଆପଣ ଭାଗ ନେବେ। ବିଦେଶରେ ରହିଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ପ୍ରଶଂସିତ ହେବେ। ବାହନ ଚଳାଚଳ ସମୟରେ ସାବଧାନ ରୁହନ୍ତୁ, ନଚେତ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ଆପଣ ଋଣ ଦେଇଥିବା ଟଙ୍କା ଫେରସ୍ତ ପାଇବେ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ଘରର ଆର୍ଥିକ ପରିସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ରହିବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ।ଚାକିରି କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ।କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ପରିବାରରେ କୌଣସି ସଦସ୍ୟଙ୍କ ସ୍ବାସ୍ଥ୍ୟ ଖରାପ ହେବାର ସମ୍ଭାବନା ରହିଛି। ପୁରୁଣା ବନ୍ଧୁଙ୍କ ଦେଖାସାକ୍ଷାତ ହୋଇପାରେ। ବନ୍ଧୁଙ୍କ ସହିତ ବାର୍ତ୍ତାଳାପ ସମୟରେ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର ରାଶି : -ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ଆପଣଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ବ୍ୟବସାୟରେ କିଛି ନୂଆ ଯୋଜନା ଯୋଡ଼ି ପାରନ୍ତି। ବ୍ୟବସାୟ ସମ୍ବନ୍ଧିତ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ। ଆପଣଙ୍କ ପିଲାମାନେ ଆପଣଙ୍କୁ ଖୁସିରେ ରଖିବାକୁ ଯଥେଷ୍ଟ ପ୍ରୟାସ କରିବେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କାର୍ଯ୍ୟ ଚାପ ଅଧିକ ହେତୁ ଆପଣ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ବିରୋଧୀ ଆପଣଙ୍କ ସଫଳତା ଦେଖି ଆପଣଙ୍କ ଉପରେ ଈର୍ଷା କରି ପାରନ୍ତି। ଚାକିରି କ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଦେଖି ବରିଷ୍ଠ ଅଧିକାରୀ ମାନେ ଆପଣଙ୍କୁ ପ୍ରଶଂସା କରିବେ। ରାଜନୀତିରେ କାର୍ଯ୍ୟରତ ଥିବା ଲୋକଙ୍କୁ।ଆଶାନୁରୂପ ସଫଳତା ମିଳିବ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ।କାର୍ଯ୍ୟକ୍ଷେତ୍ରରେ ଆପଣ କଠିନ ସମସ୍ୟାର ସମ୍ମୁଖୀନ ହେବେ।ଘରର ଆର୍ଥିକ ପରିସ୍ଥିତିରେ ସୁଧାର ଆସିବ। ବିଦ୍ୟାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତାର ଶୀର୍ଷରେ ପହଞ୍ଚିବେ। ଆପଣଙ୍କୁ ସର୍ବଦା ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବାର ଆବଶ୍ୟକତା ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖର ଅତିବାହିତ ହେବ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *