Excuse Me Odisha

ଯାହା କହିବୁ ସତ କହିବୁ

ଆଜିର ରାଶିଫଳ : ୧୬ ସେପ୍ଟେମ୍ବର ୨୦୨୨,ଶୁକ୍ରବାର : ଧନୁ, ମକର ସହିତ ଚାରିଟି ରାଶିର ଲୋକଙ୍କୁ ମିଳିପାରେ ଶୁଭ ଖବର। ପଢନ୍ତୁ ଦୈନିକ ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଘର ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ବିବାହିତ ଲୋକେ ସନ୍ତାନ ସୁଖ ଭୋଗ କରି ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳି ଯାଇପାରେ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ପର୍କ ସ୍ଥାପନ ହେବ। କୌଣସି ପୁରୁଣା ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ସରକାରୀ ଚାକିରି କରିଥିବା ଲୋକଙ୍କୁ ପଦୋନ୍ନତୀ ଲାଭ ହେବ। ଘରର ସୁଖ ସୁବିଧାରେ ବୃଦ୍ଧି ହେବ। ସମ୍ପର୍କୀୟଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ଉତ୍ତମ ତାଳମେଳ ରଖନ୍ତୁ। ଅଟକି ରହିଥିବା କାର୍ଯ୍ୟକୁ ସମ୍ପନ୍ନ କରିବା ପାଇଁ ଆପଣ ଯଥେଷ୍ଟ ପ୍ରୟାସ କରିବେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପରିବାରରେ ଆପଣ କଠିନ ଦାୟିତ୍ୱ ତୁଲାଇବେ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ବ୍ୟାପାର କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଆମଦାନୀରେ ବୃଦ୍ଧି ହେବ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ବ୍ୟବସାୟିକ ମାମଲାରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଶ୍ଵଶୁର ପକ୍ଷରୁ ଆପଣଙ୍କୁ ମାନସମ୍ମାନ ପ୍ରାପ୍ତ ହେବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ।ଆପଣ ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ। କାରବାରରେ ଜଡ଼ିତ ଲୋକେ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି କରିବେ।କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆଜି ଆପଣ ଆଳସ୍ୟ ଅନୁଭବ କରି ପାରନ୍ତି।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆଜି ଆପଣ ନିଜ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହି ପାରନ୍ତି। ବିରୋଧୀ ଆପଣଙ୍କ କାର୍ଯ୍ୟ ବିଗାଡ଼ିବା ପାଇଁ ପ୍ରୟାସ କରି ପାରନ୍ତି, ତେଣୁ ଆପଣ ସତର୍କ ରୁହନ୍ତୁ। କୋର୍ଟ କଚେରୀ ମାମଲାରେ ଆପଣ ସଫଳ ହେବେ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବା ଆବଶ୍ୟକ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଆଜି ଆପଣଙ୍କର ନିଷ୍ପତ୍ତି ନେବାର କ୍ଷମତା ଯୋଗୁଁ ଆପଣଙ୍କୁ ସୁଫଳ ମିଳିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ସନ୍ତାନ ଆପଣଙ୍କୁ କୌଣସି ଜିନିଷ ମାଗିବା ପାଇଁ ଜିଦ୍ କରି ପାରନ୍ତି। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ ଏବଂ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଭାଗ୍ୟ ଆଜି ଆପଣଙ୍କ ସପକ୍ଷରେ ରହିବ।କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ମନ ପ୍ରସନ୍ନ ରହିବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଅନ୍ୟ ଦିଗରୁ ନୂତନ ଚାକିରିର ଅଫର ମିଳିପାରେ। ଆପଣଙ୍କୁ କୌଣସି ବିବାଦରେ ପଡ଼ିବା ଉଚିତ ନୁହେଁ। ପରିବାର ଲୋକଙ୍କ ସହିତ ଆପଣ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣ ଅସହାୟ ଲୋକଙ୍କୁ ଭୋଜନ କରାଇବେ। ଅଚାନକ ଆପଣଙ୍କୁ ଧନଲାଭ ହେବାର ସମ୍ଭାବନା ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣ ନିଜର ପ୍ରତିଭା ଦେଖାଇ ଲୋକଙ୍କୁ ନିଜ ତରଫରୁ ଆକର୍ଷିତ କରିବେ। ପୈତୃକ ସମ୍ପତ୍ତିରୁ ଲାଭ ପ୍ରାପ୍ତ ହେବ। ବହୁତ ସମୟ ଧରି ଅଟକି ରହିଥିବା କାର୍ଯ୍ୟ ଆଜି ସମାପ୍ତ ହେବ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ବିଦେଶରେ ରହୁଥିବା ସନ୍ତାନଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ପରିବାରର କୌଣସି ସଦସ୍ୟଙ୍କ କଠୋର ବ୍ୟବହାର କାରଣରୁ ଆପଣ ଦୁଃଖିତ ହୋଇ ପାରନ୍ତି। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରକୁ ଯିବା ପୂର୍ବରୁ ଗୁରୁଜନଙ୍କ ଆଶୀର୍ବାଦ ଗ୍ରହଣ କରନ୍ତୁ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଚାକିରି ଓ ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। ଆପଣଙ୍କର ଅଟକି ରହିଥିବା ସବୁ ଯୋଜନାକୁ ଆପଣ କାର୍ଯ୍ୟକାରୀ କରିବେ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ମିଳିବ। କଳା ଓ ସଙ୍ଗୀତ କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଉତ୍ତମ ସୁଯୋଗ ମିଳିବ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଥିଲେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ସନ୍ତୁଷ୍ଟ ହେବେ।ଆପଣଙ୍କ ଜୀବନରେ ସମସ୍ତ ଦୁଃଖକଷ୍ଟ ଦୂର ହୋଇଯିବ। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଭଗବାନଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ସହିତ ରହିବ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *