Excuse Me Odisha

ଯାହା କହିବୁ ସତ କହିବୁ

ଆଜିର ରାଶିଫଳ :୧୯ ସେପ୍ଟେମ୍ବର ୨୦୨୨,ସୋମବାର :ଏହି ପାଞ୍ଚଟି ରାଶିର ଲୋକଙ୍କୁ ମିଳିବ ସୁବର୍ଣ୍ଣ ସୁଯୋଗ, ପଢନ୍ତୁ ଦୈନିକ ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି କାର୍ଯ୍ୟ ମାମଲାରେ ଆପଣ ବିଦେଶ ଯାତ୍ରା କରି ପାରନ୍ତି। ଆପଣଙ୍କୁ କିଛି ଏଭଳି କାର୍ଯ୍ୟ କରିବାରୁ ବଞ୍ଚିତ ରହିବା ଆବଶ୍ୟକ, ଯାହାଦ୍ଵାରା ଆପଣଙ୍କୁ ଅସମ୍ମାନ ମିଳିପାରେ। ରାଜନୀତି କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ ବିଦ୍ୟାର୍ଥୀ ମାନଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବ। ଜୀବନସାଥୀଙ୍କ ସହିତ ମିଶି ସନ୍ତାନଙ୍କ ସମସ୍ୟାର ସମାଧାନ କରିବେ। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କଠିନ ପରିସ୍ଥିତିର ମୁକାବିଲା କରିବାକୁ ପଡିପାରେ। ମାନସିକ ଚିନ୍ତା ବଢିପାରେ। ପିତାମାତାଙ୍କ ସହିତ ଆପଣ ଉତ୍ତମ ସମୟ ଅତିବାହିତ କରିବେ। ଅଚାନକ ଆପଣଙ୍କୁ ଧନଲାଭ ହେବାର ସମ୍ଭାବନା ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଘରର ଖର୍ଚ୍ଚ ବଢିପାରେ। କଳା କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ନିଜର ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଉତ୍ତମ ଅବସର ମିଳିବ। ବ୍ୟାପାର କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ। ସାମାଜିକ କାର୍ଯ୍ୟରେ ଆପଣ ଯୋଗଦାନ କରିବେ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।କୌଣସି ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟ ଖରାପ ହେବାର ସମ୍ବାଦ ପାଇ ଆପଣ ଚିନ୍ତିତ ହୋଇ ପାରନ୍ତି। ବ୍ୟାପାର କ୍ଷେତ୍ରରେ ଅଟକି ରହିଥିବା ଯୋଜନା ସଫଳ ହେବ। ପ୍ରେମୀ ଯୁଗଳଙ୍କ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟରେ କଠିନ ପରିଶ୍ରମ କରି ଆପଣ ଲାଭବାନ ହେବେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କାର୍ଯ୍ୟକ୍ଷେତ୍ରରେ କଠିନ ପରିସ୍ଥିତି ଉତ୍ପନ୍ନ ହୋଇପାରେ। ବ୍ୟବସାୟିକ ମାମଲାରେ କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଶତ୍ରୁ ଆପଣଙ୍କର କିଛି କ୍ଷତି କରିବାକୁ ପ୍ରୟାସ କରି ମଧ୍ୟ ସଫଳ ହେବେ ନାହିଁ। ନୂତନ ଚାକିରି ପାଇଁ ଆବେଦନ କରି ପାରନ୍ତି।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଉପରେ ଅଧିକ କାର୍ଯ୍ୟ ଚାପ ବଢିପାରେ। ଆପଣଙ୍କୁ ଅଧିକାରୀଙ୍କ ଦ୍ଵାରା ଖାସ କାର୍ଯ୍ୟ ଦିଆ ଯାଇପାରେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଆପଣ କୌଣସି ନୂଆ ଘର କ୍ରୟ କରି ପାରନ୍ତି। ସନ୍ତାନଙ୍କ ତରଫରୁ କୌଣସି ସୁଖଦ ସମାଚାର ମିଳିପାରେ। ଆଜି କୌଣସି ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହୋଇଥାଏ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ବ୍ୟାପାର କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ। ଆପଣ ଅଫିସ କାର୍ଯ୍ୟ ଘରେ ବସି କରିବେ। ବିବାହିତ ଲୋକଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହୋଇପାରେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ। ଆପଣଙ୍କର କଠିନ ପରିଶ୍ରମର ଉଚିତ ଫଳ ଆପଣ ପାଇବେ। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ଖର୍ଚ୍ଚରେ ବୃଦ୍ଧି ହେବ। ନୂତନ ବାହନ କ୍ରୟ କରି ପାରନ୍ତି।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ବ୍ୟାପାର କ୍ଷେତ୍ରରେ ବଡ଼ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ପିତାମାତାଙ୍କ ଆଶୀର୍ବାଦ ନେଇ ଆପଣ କାର୍ଯ୍ୟକ୍ଷେତ୍ରକୁ ଯାଆନ୍ତୁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ କିଛି ସମସ୍ୟା ସୃଷ୍ଟି ହୋଇପାରେ। ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ ଅଧିକ ବ୍ୟସ୍ତ ରହି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ଚାପ ଅଧିକ ରହିବା ଯୋଗୁଁ ଆପଣ ଚିନ୍ତିତ ରହିବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଲମ୍ବା ସମୟରୁ ଚାଲିଥିବା ସମସ୍ୟାରୁ ମୁକ୍ତି ମିଳିବ। ଭାଗ୍ୟ ବଳରେ ଆପଣଙ୍କୁ ସବୁ କ୍ଷେତ୍ରରେ ସଫଳତା ମିଳିବ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆର୍ଥିକ ସ୍ଥିତି ସୁଦୃଢ ରହିବ। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ କୌଣସି ନିଷ୍ପତ୍ତି ବୁଝି ବିଚାରି ନେବା ଆବଶ୍ୟକ। ଆଜି ଆପଣ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *