Excuse Me Odisha

ଯାହା କହିବୁ ସତ କହିବୁ

୨୭ ସେପ୍ଟେମ୍ବର ରାଶିଫଳ: ନବରାତ୍ରିର ଦ୍ୱିତୀୟ ଦିନଟି ଏହି ରାଶିର ଲୋକଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପଢନ୍ତୁ ଦୈନିକ ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଅଧିକାରୀଙ୍କ ସହିତ ଆପଣଙ୍କର ମିଳାମିଶା ବଢିବ। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବୃଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ସନ୍ତୁଷ୍ଟ ହେବେ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବେ। ଆପଣଙ୍କୁ ସବୁ କ୍ଷେତ୍ରରେ ପିତାମାତାଙ୍କ ପରାମର୍ଶ ଗ୍ରହଣ କରିବା ଆବଶ୍ୟକ।

ମିଥୁନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ କୌଣସି ସଦସ୍ୟଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ ପ୍ରେମ ବୃଦ୍ଧି ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ନଚେତ ଆପଣ ସମସ୍ୟାରେ ପଡ଼ି ପାରନ୍ତି।

କର୍କଟ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଯଦି ଆପଣ କୌଣସି ଧାର୍ମିକ ସ୍ଥଳକୁ ଯାତ୍ରା କରିବାକୁ ଚାହୁଁଛନ୍ତି, ତାହେଲେ ଏହି ସମୟ ଆପଣଙ୍କ ପାଇଁ ଅନୁକୂଳ ରହିଛି। କାହାକୁ ଟଙ୍କା ଉଧାର ଦିଅନ୍ତୁ ନାହିଁ।

ସିଂହ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଆପଣଙ୍କର କୌଣସି ବନ୍ଧୁ ଆପଣଙ୍କ ସହିତ ବିଶ୍ୱାସଘାତକତା କରି ପାରନ୍ତି। କିନ୍ତୁ ଆପଣ ଧର୍ଯ୍ୟ ରଖନ୍ତୁ, ପରିସ୍ଥିତି ଆପେ ଆପେ ଠିକ୍ ହୋଇଯିବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

କନ୍ୟା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। କାର୍ଯ୍ୟକ୍ଷେତ୍ରରେ ଅଧିକ କାର୍ଯ୍ୟ ଚାପ ଯୋଗୁଁ ଆପଣ ଲାଭବାନ ହୋଇ ପାରନ୍ତି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ନିବେଶ ମାମଲାରେ ଆପଣଙ୍କୁ ସମସ୍ୟାର ସାମ୍ନା କରିବାକୁ ପଡ଼ିବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ତୁଳା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଚାଲିଥିବା ସମସ୍ୟା ଦୂର ହୋଇଯିବ। ବ୍ୟବସାୟକୁ ଅଧିକ ସୁଦୃଢ କରିବା ପାଇଁ ଆପଣ କୌଣସି ଅନୁଭବୀ ଲୋକଙ୍କର ପରାମର୍ଶ ନିଅନ୍ତୁ। ସ୍ୱାଭାବିକ ରୂପରେ ଆପଣ ଆଜି ଚିଡ ଚିଡ୍ ହୋଇ ପାରନ୍ତି।

ବିଛା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ଧନଲାଭ ହେବାର ଯୋଗ ରହିଛି। କୋର୍ଟ କଚେରୀ ମାମଲାରେ ଆପଣଙ୍କୁ ସଫଳତା ପ୍ରାପ୍ତି ହେବ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

ଧନୁ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସାମାଜିକ କାର୍ଯ୍ୟକ୍ରମରେ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ବିରୋଧୀ ଆପଣଙ୍କ ଉପରେ ପ୍ରଭାବ ବିସ୍ତାର କରିବା ପାଇଁ ପ୍ରୟାସ କରି ପାରନ୍ତି। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ କିଛି ସମସ୍ୟା ସୃଷ୍ଟି ହୋଇପାରେ। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ମକର ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କ ମନ ପ୍ରସନ୍ନ ରହିବ। ବ୍ୟାପାର କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ଆପଣ ଉତ୍ତମ ସମୟ ଅତିବାହିତ କରିବେ। ଚାକିରୀରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

କୁମ୍ଭ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଅଧିକ ଅର୍ଥ ଉପାର୍ଜନ କରିବା ପାଇଁ ଆପଣଙ୍କୁ ଉତ୍ତମ ଅବସର ପ୍ରାପ୍ତ ହେବ। ସମାଜ କଲ୍ୟାଣ କାର୍ଯ୍ୟରେ ଆପଣ ଯୋଗଦାନ କରିବେ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ।

ମୀନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାପାର କ୍ଷେତ୍ରରେ କିଛି ସମସ୍ୟା ସୃଷ୍ଟି ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ସନ୍ତୁଷ୍ଟ ହେବେ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହୋଇ ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *