Excuse Me Odisha

ଯାହା କହିବୁ ସତ କହିବୁ

୨୮ ସେପ୍ଟେମ୍ବର ରାଶିଫଳ: ବିଛା, ଧନୁ ଏବଂ ମକର ରାଶିର ଲୋକଙ୍କୁ ହେବ ଧନଲାଭ, ପଢନ୍ତୁ ଦୈନିକ ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ। ପିତାମାତା ଆପଣଙ୍କ ଉପରେ କୌଣସି କଥାକୁ ନେଇ କ୍ରୋଧିତ ହୋଇ ପାରନ୍ତି। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଲେ ଆପଣ ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ। ଭାଇଭଉଣୀଙ୍କ ମଧ୍ୟରେ ଚାଲିଥିବା ମତଭେଦ ଦୂର ହେବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। ଆପଣଙ୍କୁ ନିଜ ଦୈନନ୍ଦିନ ଜୀବନରେ କିଛି ପରିବର୍ତ୍ତନ କରିବାର ଆବଶ୍ୟକତା ରହିଛି। ଆପଣ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ କରିବେ ଏବଂ ପ୍ରଶଂସିତ ହେବେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ ଆପଣ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରନ୍ତି। ନୂତନ ବାହନ କ୍ରୟ କରି ପାରନ୍ତି। ପରିବାରରେ ବାରମ୍ବାର ବିବାଦ ଲାଗି ରହିଥିଲେ, ତାହେଲେ ଆପଣଙ୍କୁ ଶାନ୍ତି ରଖିବାର ଆବଶ୍ୟକତା ରହିଛି। ଆପଣ ନିଜର ଦୈନନ୍ଦିନ ଆବଶ୍ୟକତାକୁ ପୂରଣ କରିବା ପାଇଁ କିଛି କିଣାକିଣି କରି ପାରନ୍ତି।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ଚାକିରୀରେ ଆସୁଥିବା ସମସ୍ୟା ହୋଇ ଯିବ। ଆପଣ କୌଣସି କଥାକୁ ନେଇ ଚିନ୍ତିତ ହୋଇ ପାରନ୍ତି, ତେଣୁ ଆପଣ କିଛି ନିଷ୍ପତ୍ତି ନେଇ ପାରୁ ନଥିବେ। ପରିବାର ଲୋକେ ମିଶି କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ସନ୍ତାନଙ୍କ ପକ୍ଷରୁ ସୁଖଦ ସମାଚାର ମିଳିପାରେ। ରାଜନୀତିରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ନିଜ ବନ୍ଧୁଙ୍କ ସହିତ ଧାର୍ମିକ ଯାତ୍ରା କରି ପାରନ୍ତି। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ସତର୍କ ରୁହନ୍ତୁ, କାରଣ ବିରୋଧୀ ଆପଣଙ୍କର କ୍ଷତି କରିବାକୁ ପ୍ରୟାସ କରି ପାରନ୍ତି। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ମହିଳା ସହକର୍ମୀ ଆପଣଙ୍କୁ ସହଯୋଗ କରି ପାରନ୍ତି। ବ୍ୟବସାୟକୁ ଅଗ୍ରସର କରିବା ପାଇଁ ଆପଣଙ୍କୁ କଠିନ ପରିଶ୍ରମ କରିବା ଆବଶ୍ୟକ। ଶାରୀରିକ ରୂପରେ ଆପଣ ଅସୁସ୍ଥ ଅନୁଭବ କରିବେ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ଚାପ ଯୋଗୁଁ ଆପଣ ଚିନ୍ତିତ ରହିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଉପରେ ଅଧିକ ଦାୟିତ୍ୱ ବଢିଯିବ। ଆୟରେ ବୃଦ୍ଧି ହେବ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି।ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବା ଆବଶ୍ୟକ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ରାସ୍ତାରେ ଗାଡ଼ି ଚଳାଚଳ କରିବା ସମୟରେ ସାବଧାନ ରୁହନ୍ତୁ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣ କିଛି ପରିବର୍ତ୍ତନ କରି ପାରନ୍ତି। ଭବିଷ୍ୟତକୁ ନେଇ ଆପଣ ଏବେଠାରୁ ଅର୍ଥ ସଞ୍ଚୟ କରିବେ। କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଥିଲେ, ପରିବାରର ବରିଷ୍ଠ ଅଧିକାରୀଙ୍କ ଠାରୁ ପରାମର୍ଶ ନିଅନ୍ତୁ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ଆତ୍ମବିଶ୍ବାସରେ ବୃଦ୍ଧି ହେବ। ଜୀବନସାଥୀଙ୍କ ସହିତ କୌଣସି ନୂଆ ଯୋଜନା ପ୍ରସ୍ତୁତ କରି ପାରନ୍ତି। ପୁରୁଣା ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ଆପଣଙ୍କୁ ନିଜ ଗର୍ବ, ଅହଙ୍କାର ତ୍ୟାଗ କରିବା ଆବଶ୍ୟକ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ରୋଜଗାର ନଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ବ୍ୟକ୍ତି ଚାକିରି ପରିବର୍ତ୍ତନ କରି ପାରନ୍ତି। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବୃଦ୍ଧ ବ୍ୟକ୍ତି ସର୍ବଦା ଆପଣଙ୍କ କଥାକୁ ସମ୍ମାନ ଦେବେ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ସନ୍ତାନ ସୁଖ ପ୍ରାପ୍ତି ହୋଇପାରେ।ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ବିଦ୍ୟାର୍ଥୀ ମାନଙ୍କୁ ଶିକ୍ଷା କ୍ଷେତ୍ରରେ କୌଣସି ସମସ୍ୟାର ସାମ୍ନା କରିବାକୁ ପଡିପାରେ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *