Excuse Me Odisha

ଯାହା କହିବୁ ସତ କହିବୁ

୨୯ ସେପ୍ଟେମ୍ବର ରାଶିଫଳ : ମେଷ, କନ୍ୟା ସହିତ ପାଞ୍ଚଟି ରାଶିର ଲୋକଙ୍କୁ ଗୁରୁବାର ଦିନ ମିଳିବ ଉତ୍ତମ ଅବସର।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ପିତାମାତା ଆପଣଙ୍କର ସ୍ବାସ୍ଥ୍ୟ ପ୍ରତି ଚିନ୍ତିତ ରହିବେ। ଆପଣଙ୍କ ସ୍ବାସ୍ଥ୍ୟ ଖରାପ ହେଉଥିଲେ, ବାହାର ଖାଦ୍ୟ ସେବନ କରନ୍ତୁ ନାହିଁ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନ ସୁଖମୟ ରହିବ।

ବୃଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ କଳି ଝଗଡା ବଢିପାରେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ପ୍ରେମ ଜୀବନ ପାଇଁ ଆଜିର ଦିନଟି ଅନୁକୂଳ ରହିଛି। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ। କାର୍ଯ୍ୟ ମାମଲାରେ କୌଣସି ସ୍ଥାନକୁ ଭ୍ରମଣରେ କରି ପାରନ୍ତି।

ମିଥୁନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ। କଠିନ ପରିସ୍ଥିତି ସମୟରେ ଆପଣଙ୍କୁ ଧର୍ଯ୍ୟ ରଖିବା ଆବଶ୍ୟକ। ଶ୍ଵଶୁର ଘର ପକ୍ଷରୁ ଆପଣଙ୍କୁ ସୁଖଦ ସମାଚାର ମିଳିପାରେ।

କର୍କଟ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କାର୍ଯ୍ୟକ୍ଷେତ୍ରରେ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଚାକିରି କ୍ଷେତ୍ରରେ ଅଧିକ କାର୍ଯ୍ୟ ଚାପ ବଢିପାରେ। ଆପଣଙ୍କୁ କୌଣସି ସମ୍ପର୍କୀୟଙ୍କ ଠାରୁ ଉପହାର ମିଳିପାରେ। ଆଧ୍ୟାତ୍ମିକ ଆଡ଼କୁ ଅଗ୍ରସର ହେବେ। ସାମାଜିକ କାର୍ଯ୍ୟାନୁଷ୍ଠାନରେ ଯୋଗଦାନ କରି ପାରନ୍ତି।

ସିଂହ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ପୂର୍ବରୁ କରିଥିବା ଭୁଲ ଯୋଗୁଁ ଆପଣ ପଶ୍ଚାତାପ କରିବେ। ପୁରୁଣା ବନ୍ଧୁଙ୍କ ଦେଖାସାକ୍ଷାତ ହୋଇପାରେ।

କନ୍ୟା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଅଧିକ କାର୍ଯ୍ୟ ଚାପ ବଢିପାରେ। ସନ୍ତାନଙ୍କ ପକ୍ଷରୁ ଚାଲିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାର୍ଥୀ ମାନଙ୍କୁ ଶିକ୍ଷାଅମଳରେ ଗୁରୁଙ୍କ ସହିତ ପରାମର୍ଶ କରିବା ଆବଶ୍ୟକ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଅଚାନକ ଧନାଲାଭ ହେବାର ସମ୍ଭାବନା ରହିଛି।

ତୁଳା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟ କରୁଥିବା ଲୋକଙ୍କୁ ନୂଆ ପ୍ରୋଜେକ୍ଟ ମିଳିପାରେ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନ ସୁଖମୟ ରହିବ। ବ୍ୟବସାୟିକ ମାମଲାରେ କୌଣସି ଅନୁଭବୀ ଲୋକଙ୍କର ପରାମର୍ଶ ନିଅନ୍ତୁ। ଭାଇଭଉଣୀଙ୍କ ସହିତ ଉତ୍ତମ ସମ୍ପର୍କ ସ୍ଥାପନ ହେବ।

ବିଛା ରାଶି :-

ଆଜି ଆପଣଙ୍କୁ ସକାରାତ୍ମକ ପରିଣାମ ପ୍ରାପ୍ତ ହେବ। ବିଦ୍ୟାର୍ଥୀ ମାନଙ୍କ ପାଇଁ ଆଜିର ଦିନଟି ଶୁଭ ରହିଛି। ବିଦ୍ୟାର୍ଥୀ ମାନେ କୌଣସି ପ୍ରତିଯୋଗିତାରେ ଭାଗ ନେଇ ସଫଳ ହୋଇ ପାରନ୍ତି। କଳା ଓ ସଙ୍ଗୀତ ପ୍ରତି ଆପଣଙ୍କର ରୁଚି ବଢିବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ଧନୁ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ଜୀବନରେ ଆସିଥିବା ସବୁ କଠିନ ପରିସ୍ଥିତିକୁ ଆପଣ ସାହସର ସହିତ ସାମ୍ନା କରିବେ।ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ

ମକର ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ପରିବାର ପାଇଁ ସମୟ ବାହାର କରିବେ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ବ୍ୟବସାୟକୁ ସୁଦୃଢ କରିବା ପାଇଁ ଆପଣ କଠିନ ପରିଶ୍ରମ କରିବେ। ଆପଣଙ୍କ ମନ ପ୍ରସନ୍ନ ରହିବେ।

କୁମ୍ଭ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବା ଆବଶ୍ୟକ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ପ୍ରଥମେ ଗୁରୁଜନଙ୍କ ସହିତ ପରାମର୍ଶ କରନ୍ତୁ। ବିବାହିତ ଲୋକଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ।

ମୀନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସ୍ଥାନରେ ଟଙ୍କା ନିବେଶ କରି ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *