Excuse Me Odisha

ଯାହା କହିବୁ ସତ କହିବୁ

୨ ଅକ୍ଟୋବର ରାଶିଫଳ: କର୍କଟ, ସିଂହ, କନ୍ୟା ରାଶିର ଲୋକଙ୍କୁ ଅଚାନକ ଧନଲାଭ ହେବାର ସମ୍ଭାବନା ରହିଛି। ପଢନ୍ତୁ ଦୈନିକ ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ ଚାଲିଥିବା ସମସ୍ୟା ଖୁବ୍ ଶୀଘ୍ର ଦୂର ହୋଇଯିବ। ଘରକୁ କୌଣସି ଅତିଥିଙ୍କ ଆଗମନ ହୋଇପାରେ। ଯଦି ଆପଣ ଚାକିରି ଖୋଜୁଛନ୍ତି, ତାହେଲେ ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ଆଶାନୁରୂପ ଚାକିରି ମିଳିଯିବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କାର୍ଯ୍ୟକ୍ଷେତ୍ରରେ ଯଦି ଆପଣ ଅଧିକ ଚିନ୍ତିତ ରହୁଛନ୍ତି, ତାହେଲେ କୌଣସି ଅନୁଭବୀ ଲୋକଙ୍କ ଠାରୁ ପରାମର୍ଶ ନିଅନ୍ତୁ। ଆପଣଙ୍କ ବନ୍ଧୁ ଆପଣଙ୍କୁ ଟଙ୍କା ଉଦ୍ଧାର ମାଗି ପାରନ୍ତି। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ। ସରକାରୀ ଚାକିରି କରିଥିବା ଲୋକେ କୌଣସି ସ୍ଥାନରେ ନିବେଶ କରି ଲାଭବାନ ହୋଇ ପାରନ୍ତି। ପ୍ରେମୀ ଯୁଗଳ ପରସ୍ପରକୁ ନିଜ ପରିବାର ସହିତ ଦେଖାସାକ୍ଷାତ କରାଇ ପାରନ୍ତି। ସନ୍ତାନଙ୍କ ପକ୍ଷରୁ ସୁଖଦ ସମାଚାର ମିଳିପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶ୍ଵଶୁର ଘର ପକ୍ଷରୁ ଆପଣଙ୍କୁ ଜମିବାଡ଼ି ପ୍ରାପ୍ତ ହୋଇପାରେ। ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ପ୍ରସନ୍ନ ହେବେ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବାହନ କ୍ରୟ କରି ପାରନ୍ତି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ। ଆପଣ ଘରର ସବୁ ଦାୟିତ୍ୱକୁ ତୁଲାଇବେ। ଆପଣଙ୍କର ସବୁ ମନସ୍କାମନା ପୂରଣ ହେବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ସୁଖଦ ପରିଣାମ ପ୍ରାପ୍ତ ହୋଇପାରେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଚାଲିଥିବା ସବୁ ସମସ୍ୟା ଦୂର ହୋଇଯିବ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିରୋଧୀ ଆପଣଙ୍କ ବିରୁଦ୍ଧରେ କିଛି ଯୋଜନା ପ୍ରସ୍ତୁତ କରି ପାରନ୍ତି। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ।ଆପଣଙ୍କୁ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ। ଆଜି ଆପଣ ଅଧିକ ସକ୍ରିୟ ରହିବେ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ କଠିନ ପରିଶ୍ରମ କରିବେ। ଆପଣଙ୍କର ହଜି ଯାଇଥିବା ଜରୁରୀ ଜିନିଷ ଦୂର ହୋଇଯିବ। ଆପଣଙ୍କର କୌଣସି ସମ୍ପର୍କୀୟ ଆପଣଙ୍କ ସହିତ ବିଶ୍ବାସଘାତକତା କରି ପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର କୌଣସି ପୁରୁଣା ରୋଗ ଦୂର ହୋଇପାରେ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ବିବାହିତ ଲୋକଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହୋଇପାରେ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ଜୀବନ ସୁଖମୟ ରହିବ। ଆପଣଙ୍କ ବାଣୀରେ ମଧୁରତା ଆସିବ। ପରିବାରରେ ବାଦବିବାଦ ଦୂର ହୋଇଯିବ। ପିତାମାତା ସୋନଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଆଜି ଆପଣ ଉଧାର ଦେଇଥିବା ଟଙ୍କା ଫେରସ୍ତ ପାଇବେ। ଗାଡି ଚଳାଚଳ ସମୟରେ ସାବଧାନ ରୁହନ୍ତୁ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସେୟାର ମାର୍କେଟରେ ନିବେଶ କରି ଆପଣ ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ପ୍ରସନ୍ନ ରହିବେ। କୌଣସି ନକରାତ୍ମକ ଶକ୍ତି ଆପଣଙ୍କୁ ନୁଆଁଇ ପାରିବ ନାହିଁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ପରିବାର ଲୋକଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟିକ ମାମଲାରେ ଆପଣ ବିଦେଶ ଯାତ୍ରା କରି ପାରନ୍ତି। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ପିତାମାତାଙ୍କ ସହିତ ଆଲୋଚନା କରନ୍ତୁ।ବିଦ୍ୟାର୍ଥୀ ମାନଙ୍କୁ କଠିନ ପରିଶ୍ରମ କରି ସଫଳତାର ଶୀର୍ଷରେ ପହଞ୍ଚିବାକୁ ପଡ଼ିବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣ ଅଧିକ ବ୍ୟସ୍ତ ରହିବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ। ଆପଣଙ୍କର ଅଟକି ରହିଥିବା ଟଙ୍କା ଆପଣ ଫେରସ୍ତ ପାଇବେ। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ। ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *