Excuse Me Odisha

ଯାହା କହିବୁ ସତ କହିବୁ

୭ ଅକ୍ଟୋବର ରାଶିଫଳ ୨୦୨୨: ଅଟକି ରହିଥିବା ରଙ୍କା ଫେରସ୍ତ ପାଇବେ,ପଢନ୍ତୁ ଶୁକ୍ରବାର ଦିନର ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ୭ ଅକ୍ଟୋବର ଆପଣଙ୍କ ପାଇଁ କିପରି ରହିଛି।

ମେଷ ରାଶି :-

ଆପଣଙ୍କର ଲୋକପ୍ରିୟତା ବୃଦ୍ଧି ହେବ। ବ୍ୟବସାୟିକ ମାମଲାରେ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଶିକ୍ଷା କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଉତ୍ତୀର୍ଣ୍ଣ ହେବେ।

ବୃଷ ରାଶି :-

ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆପଣଙ୍କୁ ନିଜ କଠିନ ପରିଶ୍ରମର ଉଚିତ ଫଳ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ମହିଳା କର୍ମଚାରୀ ଆପଣଙ୍କୁ ସହଯୋଗ କରିବେ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନ ସୁଖମୟ ରହିବ।

ମିଥୁନ ରାଶି :-

ଶିକ୍ଷା କ୍ଷେତ୍ରରେ ଆପଣ ସଫଳତା ଅର୍ଜନ କରିବେ। ଆମର କୌଣସି ବଡ଼ ସମସ୍ୟାର ସମାଧାନ କରିବେ। ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବୃଦ୍ଧି ହେବ। କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ।

କର୍କଟ ରାଶି :-

ବନ୍ଧୁଙ୍କୁ ସହଯୋଗ କରିବା ପାଇଁ ଆପଣ ଆଗେଇ ଆସିବେ। ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ।

ସିଂହ ରାଶି :-

ଆପଣଙ୍କ ଉଦାର ଭାବନା ସମସ୍ତଙ୍କୁ ଆକର୍ଷିତ କରିବ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

କନ୍ୟା ରାଶି :-

ଆଜି ଆପଣଙ୍କୁ ଅଚାନକ ଧନ ପ୍ରାପ୍ତି ହେବ। ଆପଣ କରିଥିବା କାର୍ଯ୍ୟ ବିଗିଡି ଯାଇ ପାରେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଆପଣଙ୍କର ବିଗିଡି ଯାଇଥିବା କାର୍ଯ୍ୟ ସଠିକ ସମୟରେ ସମ୍ପନ୍ନ ହେବ। ଛାତ୍ରଛାତ୍ରୀ ମାନଙ୍କ ପାଇଁ ଦିନଟି ଅନୁକୂଳ ରହିଛି।

ତୁଳା ରାଶି :-

ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସବୁଥିରେ ସଫଳତା ହାସଲ କରିବେ। ବିରୋଧୀ ଆପଣଙ୍କୁ ହଇରାଣ କରିବା ପାଇଁ ପ୍ରୟାସ କରି ପାରନ୍ତି। ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବ୍ୟବସାୟିକ ସ୍ଥିତିରେ ସୁଧାର ଆସିବ।

ବିଛା ରାଶି :-

ପିତାମାତାଙ୍କ ଠାରୁ ଆଶୀର୍ବାଦ ପ୍ରାପ୍ତ ହେବ। ଜୀବନସାଥୀଙ୍କ ସହିତ ସବୁ ରାଗ ଋଷା ଦୂର ହୋଇଯିବ। ବ୍ୟବସାୟରେ ଲାଭବାନ ହେବେ। ଜଳବାୟୁ ପରିବର୍ତ୍ତନ ହେବା କାରଣରୁ ଆପଣଙ୍କ ଶରୀର ଅସୁସ୍ଥ ହୋଇପାରେ।

ଧନୁ ରାଶି :-

ଚାକିରି କ୍ଷେତ୍ରରେ ଆପଣ ପଦୋନ୍ନତୀ ଲାଭ କରିବେ। ଆପଣ ନିଜ ଜୀବନର କଠିନ ସମସ୍ୟାର ସମାଧାନ କରିବେ। ଅଟକି ରହିଥିବା ଟଙ୍କା ଆପଣଙ୍କୁ ଫେରସ୍ତ ମିଳିବ। ବିବାହିତ ଲୋକେ ସନ୍ତାନ ସୁଖ ଭୋଗ କରି କରନ୍ତି।

ମକର ରାଶି :-

ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କର ଆମଦାନୀରେ ବୃଦ୍ଧି ହେବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ନୂଆ ଯୋଜନା ବରିଷ୍ଠ ଅଧିକାରୀଙ୍କୁ ଆକର୍ଷିତ କରିବ। ବ୍ୟକ୍ତିଗତ ଜୀବନରେ ସମସ୍ୟା ସୃଷ୍ଟି ହୋଇପାରେ।

କୁମ୍ଭ ରାଶି :-

ଆପଣଙ୍କର ଉଦାର ସ୍ଵଭାବ ଲୋକେ ପସନ୍ଦ କରିବେ। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ବ୍ୟାପାର କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ଆଶାନୁରୂପ ସଫଳତା ହାସଲ କରିବେ।

ମୀନ ରାଶି :-

ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। କାର୍ଯ୍ୟ ମାମଲାରେ ଆପଣ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ। ପରିବାର ଲୋକେ ସର୍ବଦା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ସାମାଜିକ କ୍ଷେତ୍ରରେ ଆପଣଙ୍କର ଲୋକପ୍ରିୟତା ବୃଦ୍ଧି ହେବ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *