Excuse Me Odisha

ଯାହା କହିବୁ ସତ କହିବୁ

୧୧ ଅକ୍ଟୋବର ରାଶିଫଳ: କନ୍ୟା, ତୁଳା ଏବଂ ମକର ରାଶିର ଲୋକଙ୍କୁ ଅଚାନକ ଧନ ପ୍ରାପ୍ତି ହେବାର ସଂକେତ ମିଳୁଛି। ପଢନ୍ତୁ ଦୈନିକ ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ରଚନାତ୍ମକ କାର୍ଯ୍ୟରେ ଅଧିକ ଉତ୍ସାହିତ ରହିବେ। ଆପଣଙ୍କ ଆତ୍ମବିଶ୍ବାସ ଭରପୁର ରହିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କଠିନ ସମସ୍ୟାର ସାମ୍ନା କରିବାକୁ ପଡିପାରେ। ପୁରୁଣା ବନ୍ଧୁଙ୍କ ଠାରୁ ଆପଣ ସହଯୋଗ ପ୍ରାପ୍ତ କରିବେ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଘରର ଖର୍ଚ୍ଚ ବଢିପାରେ। ବ୍ୟବସାୟ କରୁଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ପରିବାର ଲୋକେ ସର୍ବଦା ଆପଣଙ୍କ ସପକ୍ଷରେ ରହିବେ। ଟଙ୍କାପଇସା ମାମଲାରେ ଦାୟିତ୍ବହୀନ ହୁଅନ୍ତୁ ନାହିଁ। ଆପଣ ଉଧାର ଦେଇଥିବା ଟଙ୍କା ଉଚିତ ସମୟରେ ଫେରସ୍ତ ପାଇବେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ଆର୍ଥିକ ସ୍ଥିତି ସୁଦୃଢ ରହିବ। ଆପଣ ବରିଷ୍ଠ ଅଧିକାରୀଙ୍କ ହୃଦୟ ଜିତି ନେବେ। ପରିବାର ଲୋକଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ଅଜଣା ଲୋକଙ୍କ ଉପରେ ଭରସା କରନ୍ତୁ ନାହିଁ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ କିଛି ସମସ୍ୟାର ସାମ୍ନା କରିବାକୁ ପଡିପାରେ। ଧର୍ମକର୍ମ କାର୍ଯ୍ୟରେ ଯୋଗଦାନ କରିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଉତ୍ତମ ବୁଝାମଣା ରହିବ। ସନ୍ତାନ ସୁଖ ଭୋଗ କରି ପାରନ୍ତି।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଯଦି ଆପଣ କିଛି ଶାରୀରିକ କଷ୍ଟ ଅନୁଭବ କରୁଛନ୍ତି, ତାହେଲେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ଆଧ୍ୟାତ୍ମିକ କାର୍ଯ୍ୟରେ ଆପଣ ଅଂଶଗ୍ରହଣ କରିବେ। ପିତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଫିସ ଓ ପରିବାର ମଧ୍ୟରେ ଉତ୍ତମ ତାଳମେଳ ରଖନ୍ତୁ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ କୌଣସି ସଦସ୍ୟଙ୍କ ବିବାହ ପ୍ରସ୍ତୁତି ହୋଇପାରେ। ବ୍ୟବସାୟ ମାମଲାରେ ଆପଣ ଲାଭବାନ ହେବେ। ସେୟାର ବଜାରରେ ନିବେଶ କରି ଲାଭବାନ ହେବେ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟ ଦେଖି ସନ୍ତୁଷ୍ଟ ହେବେ। ଛାତ୍ରଛାତ୍ରୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କୁ ଧନ ସମ୍ବନ୍ଧୀୟ ମାମଲାରେ ଅଧିକ ସତର୍କ ରହିବାର ଆବଶ୍ୟକତା ରହିଛି। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ଚାକିରି ପେଶାରେ ଥିବା ଲୋକେ ଚାକିରି ବଦଳାଇ ପାରନ୍ତି।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ନୂତନ ଅବସର ପ୍ରାପ୍ତ ହେବ।ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ବ୍ୟବସାୟକୁ ସୁଦୃଢ କରିବା ପାଇଁ ଆପଣ କଠିନ ପରିଶ୍ରମ କରିବେ। ଆପଣଙ୍କ ମନ ପ୍ରସନ୍ନ ରହିବେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କର ଆମଦାନୀରେ ବୃଦ୍ଧି ହେବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କଠିନ ସମସ୍ୟାର ସାମ୍ନା କରିବାକୁ ପଡିପାରେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣ ଉତ୍ସାହିତ ଓ ସକ୍ରିୟ ରହିବେ। ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ବ୍ୟାପାର କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ମୀନ ରାଶି :-ଆଜିର ଦିନଟି ଅନୁକୂଳ ରହିଛି।ଘରର ବିତ୍ତିୟ ସ୍ଥିତି ସୁଦୃଢ ରହିବ। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। କାର୍ଯ୍ୟ ମାମଲାରେ ଆପଣ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ।ଘରକୁ କୌଣସି ଅତିଥିଙ୍କ ଆଗମନ ହୋଇପାରେ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *