Excuse Me Odisha

ଯାହା କହିବୁ ସତ କହିବୁ

୧୯ ଅକ୍ଟୋବର ରାଶିଫଳ: ମିଥୁନ, ସିଂହ, ତୁଳା ରାଶିର ଲୋକଙ୍କ ପାଇଁ ଦିନଟି ରହିବ ଖାସ। ଚାକିରି ଓ ବ୍ୟାପାର କ୍ଷେତ୍ରରେ ମିଳିବ ଲାଭ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ସମସ୍ୟାରୁ ମୁକ୍ତି ମିଳିବ। ପରିବାରର ସମସ୍ତ ଦାୟିତ୍ୱକୁ ଆପଣ ତୁଲାଇବେ। ବିଦେଶରେ ରହିଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ସମସ୍ତ କଠିନ ପରିସ୍ଥିତିରେ ଜୀବନସାଥୀ ଆପଣଙ୍କୁ ସହଯୋଗ କରିବେ। ପିତାମାତାଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ଉପରେ ରହିବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାପାର କ୍ଷେତ୍ରରେ ଲାଭ ପ୍ରାପ୍ତ କରିବା ପାଇଁ ଆପଣଙ୍କୁ କଠିନ ପରିଶ୍ରମ କରିବା ଆବଶ୍ୟକ। ବହୁତ ଦିନ ପରେ ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟରେ ଆଶାନୁରୂପ ଲାଭ ପ୍ରାପ୍ତ ହେବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ଯଥେଷ୍ଟ ସମ୍ଭାବନା ରହିଛି। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଧାର୍ମିକ କାର୍ଯ୍ୟକ୍ରମରେ ଆପଣ ଯୋଗଦାନ କରିବେ। ସୋସିଆଲ ମିଡିଆରେ ଜଡ଼ିତ ଲୋକଙ୍କୁ ମାନସମ୍ମାନ ପ୍ରାପ୍ତ ହେବ। ଆପଣଙ୍କୁ ଘରର ଖର୍ଚ୍ଚ ଉପରେ ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣ ନିଜ ବନ୍ଧୁଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। କୌଣସି କଥାରେ ଅହଙ୍କାର କରନ୍ତୁ ନାହିଁ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଚାହୁଁଥିଲେ, ପିତାମାତାଙ୍କ ସହିତ ପରାମର୍ଶ କରନ୍ତୁ। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଘରର ଆର୍ଥିକ ସ୍ଥିତିରେ ସୁଧାର ଆସିବ। କାର୍ଯ୍ୟକ୍ଷେତ୍ରରେ ଆପଣ ଅଧିକ ବ୍ୟସ୍ତ ରହିବେ।ସନ୍ତାନଙ୍କ କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହି ପାରନ୍ତି।

ବିଛା ରାଶି :-ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଆପଣଙ୍କର ଅଟକି ରହିଥିବା ସବୁ ଯୋଜନା ସଫଳ ହେବ। ଆପଣଙ୍କର ଅଟକି ରହିଥିବା ଟଙ୍କା ଆପଣଙ୍କୁ ଫେରସ୍ତ ମିଳିବ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ସାମାନ୍ୟ ମତଭେଦ ହୋଇପାରେ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଜୀବନସାଥୀଙ୍କ ସହିତ ଆପଣ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ସନ୍ତାନ ସୁଖ ପ୍ରାପ୍ତି ହେବ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ ଆପଣ ସମସ୍ତ ଦାୟିତ୍ୱ ତୁଲାଇବେ। ବ୍ୟବସାୟକୁ ସୁଦୃଢ କରିବା ପାଇଁ ଆପଣ କଠିନ ପରିଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ପ୍ରଶାସନିକ ନିଯୁକ୍ତି ମିଳିବ। ପରିବାରର ଗୁରୁଜନ ଲୋକଙ୍କୁ ସମ୍ମାନ ଦିଅନ୍ତୁ, ଆପଣଙ୍କର କଲ୍ୟାଣ ହେବ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ଆପଣଙ୍କ ସାହସ ଓ ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ। ଆପଣ ସର୍ବଦା ନିଜ ମନକଥା ଶୁଣନ୍ତୁ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ କୌଣସି ଧାର୍ମିକ ଯାତ୍ରା କରି ପାରନ୍ତି। ଆପଣଙ୍କର ଅଟକି ରହିଥିବା କାର୍ଯ୍ୟ ସଠିକ ସମୟରେ ସମ୍ପନ୍ନ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ କିଛି ପରିବର୍ତ୍ତନ କରି ପାରନ୍ତି। ବିଦ୍ୟାର୍ଥୀ ମାନଙ୍କୁ ଶିକ୍ଷା କ୍ଷେତ୍ରରେ ଅବହେଳା କରିବା ଉଚିତ ନୁହେଁ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *